Masthead

ଜଙ୍ଗଲ ଜଳୁଛି, ମନ୍ତ୍ରୀ କ’ଣ ପଦକ୍ଷେପ ନେଉଛନ୍ତି: ସୁର ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜଳୁଥିବା ଜଙ୍ଗଲକୁ ନେଇ ଗୃହରେ ସଦସ୍ୟଙ୍କ ଉଦବେଗ । କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ପ୍ରସଙ୍ଗ ଉଠାଇ କହିଛନ୍ତି ଜଙ୍ଗଲ ଜଳୁଛି ମନ୍ତ୍ରୀ କଣ ପଦକ୍ଷେପ ନେଉଛନ୍ତି । ସେହିପରି ବିଜେପି ବିଧାୟିକା କୁସୁମ ଟେଟେ ବି ସମାନ ପ୍ରସଙ୍ଗ ଉଠାଇ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି । ଯାହାର ଉତ୍ତର ରଖିଛନ୍ତି ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ । କହିଛନ୍ତି ସ୍ୟାଟେଲାଇଟରେ ଯାହା ଆସୁଛି ସେଥିରେ କେବଳ ଜଙ୍ଗଲରେ ନିଆଁ ଲାଗୁନି ବରଂ ଅନେକ ସ୍ଥାନରେ ଚାଷୀମାନେ ଉନ୍ନତ ମାନର ଚାଷ କରିବା ପାଇଁ ଧାନ ବିଲରେ ନିଆଁ ଲଗେଇ ଦେଉଛନ୍ତି ।

ଧାନ କାଟିବା ପରେ ଯେଉଁ ବଳକା ରହିଯାଉଛି ସେଥିରେ ଚାଷୀମାନେ ନିଆଁ ଲଗେଇ ଦେଉଛନ୍ତି । ଯେଉଁଥିପାଇଁ ସାଟେଲାଇଟରେ ଅଧିକ ନିଆଁ ଲାଗିଥିବା ଆସୁଛି । ଯେତିକି ଅଞ୍ଚଳରେ ନିଆଁ ଲାଗିଛି ତାର ୯୮ ପ୍ରତିଶତକୁ ଅନୁଧ୍ୟାନ କରୁଛୁ । ବିଶେଷ କରି ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବନ ସୁରକ୍ଷା ସମିତିର ସହଯୋଗ ନିଆ ଯାଉଛି । ଆଧୁନିକ ପ୍ରଣାଳୀରେ ନିଆଁକୁ ଆୟତ୍ତ କରାଯାଉଛି ।

ଗତକାଲି ମୁଖ୍ୟ ଶାସନ ସଚିବ ବୈଠକ କରିଛନ୍ତି । ଯେଉଁମାନେ ଜଙ୍ଗଲ ଭିତରେ ପଶି ନିଆଁ ଲଗାଉଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଯେଉଁମାନେ ଜଙ୍ଗଲରେ ବୁଲାବୁଲି କରୁଛନ୍ତି ଯାହା ଉପରେ ସନ୍ଦେହ ହେଉଛି ତାଙ୍କ ଉପରେ ନଜର ରଖାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧ 🔴 ଶରୀରକୁ ସୁସ୍ଥ ରଖିବାର ଉପାୟ: ସଜନା ଶାଗ 🔴 ଧରାପଡ଼ିଲା ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ମସୁଦ୍ 🔴 ବ୍ଲକବଷ୍ଟର ମୁଭି ‘ସୈୟାରା’ 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧ 🔴 ଶରୀରକୁ ସୁସ୍ଥ ରଖିବାର ଉପାୟ: ସଜନା ଶାଗ 🔴 ଧରାପଡ଼ିଲା ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ମସୁଦ୍ 🔴 ବ୍ଲକବଷ୍ଟର ମୁଭି ‘ସୈୟାରା’