Masthead

ପରିବହନ ପାଇଁ ଟାସ୍କଫୋର୍ସ, ୨୪ ଘଣ୍ଟିଆ କାମ କରିବ ୩ଟି କଣ୍ଟ୍ରୋଲରୁମ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ପାଇଁ ଟାସ୍କଫୋର୍ସ ଟିମ୍ ଗଠନ କରାଯାଇଛି । ରାଜ୍ୟର ପ୍ରାୟ ୨ଲକ୍ଷ ଡ୍ରାଇ ଭର ଗତ ଦୁଇଦିନ ଧରି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ଦେଖାଦେଇଛି। ଏହି ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଗଠନ କରିଛନ୍ତି ଏକ ଟାସ୍କ ଫୋର୍ସ। ମୁଖ୍ୟ ଶାସନ ସଚିବ ଏହାର ଅଧ୍ୟକ୍ଷ ଅଛନ୍ତି। ଏହି ଟାସ୍କ ଫୋର୍ସରେ ଅନ୍ୟ ସଦସ୍ୟମାନେ ମଧ୍ୟ ସାମିଲ ହୋଇଛନ୍ତି। ସେମାନେ ହେଲେ ଡିଜିପି, ଉନ୍ନୟନ କମିଶନର, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ।

ଟାସ୍କଫୋର୍ସର ମୁଖ୍ୟ କାମ ହେଲା- ଜରୁରୀ ସାମଗ୍ରୀଗୁଡ଼ିକର ପରିବହନ କିପରି ସୁରୁଖୁରୁରେ ହୋଇପାରିବ, ସେଥିପାଇଁ ପଦକ୍ଷେପ ନେବ। ଏଥିପାଇଁ ୩ଟି କଣ୍ଟ୍ରୋଲ ରୁମ୍ ମଧ୍ୟ ସ୍ଥାପନ କରାଯାଇଛି। କଣ୍ଟ୍ରୋଲ ରୁମଗୁଡ଼ିକ ହେଲା-ଷ୍ଟେଟ୍ ଏମର୍ଜେନ୍ସି ରେସପନ୍ସ ସେଣ୍ଟର। ଏହାର ଫୋନ ନମ୍ବର ହେଲା-୧୧୨ । ସେହିପରି ଟ୍ରାନ୍ସପୋର୍ଟ କମିଶନରଙ୍କ କାର୍ଯ୍ୟଳୟରେ ହୋଇଥିବା କଣ୍ଟ୍ରୋଲ ରୁମର ନମ୍ବର ହେଲା ୧୮୦୦-୩୪୫-୧୦୭୩। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ ସ୍ଥାପନ କରାଯାଇଥିବା ତୃତୀୟ କଣ୍ଟ୍ରୋଲ ରୁମର ନମ୍ବର ହେଲା-୦୬୭୪-୨୩୯୩୬୪୪। ଏହି ଫୋନ ନମ୍ବର ୨୪ ଘଣ୍ଟା ଖୋଲା ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି