Masthead

ପରଲୋକରେ ପୂର୍ବତନ ବିଧାୟକ ତଥା ଆଦିବାସୀ ନେତା ଜର୍ଜ ତିର୍କି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପରଲୋକରେ ପୂର୍ବତନ ବିଧାୟକ ତଥା ଆଦିବାସୀ ନେତା ଜର୍ଜ ତିର୍କି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା । ବୀରମିତ୍ରପୁରର ପୂର୍ବତନ ବିଧାୟକ ତଥା ସୁନ୍ଦରଗଡ଼ ଆଦିବାସୀ ନେତା ଭାବେ ଜଣାଶୁଣା ଥିଲେ ଜର୍ଜ ତିର୍କି ।ଗତ କିଛିମାସ ଧରି ସେ ସେ ଗୁରୁତର ଅସୁସ୍ଥ ଥିଲେ । ଶେଷ ଶଯ୍ୟା ନିକଟରେ ତାଙ୍କ ପୁଅ ତଥା ବୀରମିତ୍ରପୁର ବିଧାୟକ ୟକ ରୋହିତ ଯୋସେଫ ତିର୍କି ଏବଂ ପରିବାରର ଅନ୍ୟ ସଦସ୍ୟଗଣ ଉପସ୍ଥିତ ଥିଲେ । ଅପରାହ୍ନରେ ପୈତୃକ ଗ୍ରାମ ଝୁନମୁରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାପଡିଛି ।

ଛାତ୍ରଜୀବନରୁ ଜଣେ ଲଢ଼ୁଆ ସଂଗଠକ ଓ ପରବର୍ତ୍ତୀ ପର୍ୟ୍ୟାୟରେ ଜଣେ ଲଢୁଆ ଆଦିବାସୀ ନେତା ରୂପେ ତାଙ୍କର ରାଜ୍ୟ ତଥା ରାଜ୍ୟ ବାହାରେ ସୁଖ୍ୟାତି ରହିଥିଲା। ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାରୁ ୧୯୯୫ ଓ ୨୦୦୦ ମସିହାରେ ଲଗାତାର ୨ଥର ବୀରମିତ୍ରପୁର ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ପର୍ୟ୍ୟାୟରେ ସେ ସେହି ସମାନ ଆସନରୁ ୨୦୦୯ରେ ସ୍ବାଧୀନ ଓ ୨୦୧୪ରେ ସମତା କ୍ରାନ୍ତି ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨ଥର ସୁନ୍ଦରଗଡ଼ ଆସନରୁ ଲୋକସଭା ପ୍ରାର୍ଥୀ ରୂପେ ମଧ୍ୟ ପ୍ରତିଦ୍ୱନ୍ଦିତା କରି ପରାଜିତ ହୋଇଥିଲେ । ରାଜନୈତିକ ଜୀବନର ଶେଷ ଭାଗରେ ସେ କଂଗ୍ରେସ ଓ ପରେ ବିଜେଡିରେ ଯୋଗ ଦେଇଥିଲେ। ୨୦୨୪ରେ ସେ ପୁଅ ରୋହିତ ଯୋସେଫ ତିର୍କିଙ୍କୁ ବୀରମିତ୍ରପୁର ଆସନରୁ ବିଜେଡି ପ୍ରାର୍ଥୀ ଭାବେ ନିର୍ବାଚିତ କରାଇ ପ୍ରତ୍ୟକ୍ଷ ରାଜନୀତିରୁ ଏକପ୍ରକାର ଦୂରେଇ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ