Masthead

କେତେ ସତ କହୁଛି ଗୋପାଳ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ):କେତେ ସତ କହୁଛି ଗୋପାଳ? ସତ ଜାଣିବା ପାଇଁ ହେଲା ଲେୟାରଡ୍ ଭଏସ୍ ଆନାଲିସିସ୍ ଟେଷ୍ଟ । ଏହି ପଦ୍ଧତି ମାଧ୍ୟମରେ ଗୋପାଳଙ୍କ ସ୍ୱର ଅନୁଧ୍ୟାନ କରାଯାଉଛି । ମନ୍ତ୍ରୀ ନବ ଦାସଙ୍କୁ ଗୋପାଳ ହତ୍ୟା କରିଥିବା କହୁଥିବା ବେଳେ ଏହି ପଦ୍ଧତିରେ ସତର ଅନୁଧ୍ୟାନ କରାଯାଉଛି । ଏହା ସହ ଗୋପାଳଙ୍କ ଫରେନସିକ୍ ସାଇକୋଲୋଜିକାଲ୍ ଆସେସମେଂଟ ବା ମନସ୍ତାତ୍ୱିକ ପରୀକ୍ଷା ବି କରାଯାଇଛି । ଏହି ପରୀକ୍ଷା ଦ୍ୱାରା ରିମାଣ୍ଡ ବେଳେ ଗୋପାଳ ଦେଉଥିବା ତଥ୍ୟ କେତେ ନିର୍ଭର ଯୋଗ୍ୟ ତାହା ଜଣାପଡ଼ିବ । ଦିଲ୍ଲୀର କେନ୍ଦ୍ରୀୟ ଫରେନସିକ୍ ସାଇନ୍ସ ଲବରେଟୋରି ବା ସିଏଫଏସଏଲର ଟିମ୍ ଏହି ପରୀକ୍ଷା କରୁଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ମାନସିକ ସ୍ଥିତି ଜାଣିବା ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରାଯାଇଛି । ପୁଞ୍ଜିଲାଲ ମେହେର ମାମଲାରେ ଓଡ଼ିଶାରେ ପ୍ରଥମ ଥର ଅଭିଯୁକ୍ତ ନିକଟରୁ ସତ ଜାଣିବା ପାଇଁ ଏଲଭିଏ ପରୀକ୍ଷା କରାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ