Masthead

ଆଜୀବନ କାରାଦଣ୍ଡ ରେ ଦଣ୍ଡିତ ହେଲେ ଗୁଣୁପୁର ପୂର୍ବତନ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପତ୍ନୀହନ୍ତା ମାମଲାରେ ଆଜୀବନ କାରାଦଣ୍ଡ ରେ ଦଣ୍ଡିତ ହେଲେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ । ଦୁଇ ଦିନ ପୂର୍ବରୁ ଦୋଷୀ ସାବ୍ୟସ୍ତ ହୋଇଥିଲେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ । ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା । ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଥିଲେ । ୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀ ଶଶିରେଖା ଗମାଙ୍ଗଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ଖାରବେଳ ନଗରର କଲୋନୀରେ ଥିବା ଘରୁ ତାଙ୍କ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା । ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ । ରାମମୂର୍ତ୍ତି ଗମାଙ୍ଗଙ୍କର ଏହି ମାମଲାରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା । ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ସେ ପ୍ରୟାସ ମଧ୍ୟ କରିଥିଲେ। ଆଜି ଏହି ମାମଲାରେ ଆଜୀବନ ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ୱର ସ୍ପେଶାଲ କୋର୍ଟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ