Masthead

ଆଜୀବନ କାରାଦଣ୍ଡ ରେ ଦଣ୍ଡିତ ହେଲେ ଗୁଣୁପୁର ପୂର୍ବତନ ବିଧାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପତ୍ନୀହନ୍ତା ମାମଲାରେ ଆଜୀବନ କାରାଦଣ୍ଡ ରେ ଦଣ୍ଡିତ ହେଲେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ । ଦୁଇ ଦିନ ପୂର୍ବରୁ ଦୋଷୀ ସାବ୍ୟସ୍ତ ହୋଇଥିଲେ ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ । ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲା । ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଥିଲେ । ୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀ ଶଶିରେଖା ଗମାଙ୍ଗଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ଖାରବେଳ ନଗରର କଲୋନୀରେ ଥିବା ଘରୁ ତାଙ୍କ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା । ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ । ରାମମୂର୍ତ୍ତି ଗମାଙ୍ଗଙ୍କର ଏହି ମାମଲାରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା । ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ସେ ପ୍ରୟାସ ମଧ୍ୟ କରିଥିଲେ। ଆଜି ଏହି ମାମଲାରେ ଆଜୀବନ ଦଣ୍ଡାଦେଶ ଶୁଣାଇଲେ ଭୁବନେଶ୍ୱର ସ୍ପେଶାଲ କୋର୍ଟ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା