Masthead

ପରଲୋକରେ ଝାରସୁଗୁଡା ପୂର୍ବତନ ବିଧାୟକ

ଝାରସୁଗୁଡା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ବିଧାନସଭା ନିର୍ବାଚନର ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ପରୋଲୋକ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସୂଚନାନୁଯାୟୀ ବୀରେନ୍ଦ୍ର ଯକୃତ ରୋଗରେ ପୀଡ଼ିତ ଥିଲେ। ଗତ ୧୬ ତାରିଖରେ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବାରୁ ପ୍ରଥମେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ପରେ ଗୁରୁତର ହେବାରୁ ଭୁବନେଶ୍ୱରର ଆପୋଲୋରେ ଭର୍ତ୍ତି କରାଯାଇଥିଲା । ଆଜି ଭୋର ୪ ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ରାଜନୈତିକ ଜୀବନ ଦେଖିଲେ ବୀରେନ୍ଦ୍ର କଂଗ୍ରେସ ଟିକେଟ୍‌ରେ ଝାରସୁଗୁଡ଼ା ବିଧାନସଭା ଆସନରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ