ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ଦେହାନ୍ତ । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୮୬ ବର୍ଷରେ ପରଲୋକ । ହୃଦଘାତ ଯୋଗୁଁ ମେଡିକାଲରେ ଭର୍ତ୍ତି ହୋଇଥିଲେ ମନୋହର । ମ୍ବାଇର ପିଡି ହିନ୍ଦୁଜା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଗତ ଫେବୃଆରୀ ୨୧ ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମନୋହର ଯୋଶୀ ୧୯୯୫ରୁ ୧୯୯୯ ଯାଏଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଥିଲେ। ଅବିଭକ୍ତ ଶିବସେନାର ସେ ଥିଲେ ପ୍ରଥମ ମୁଖ୍ୟମନ୍ତ୍ରୀ।

ସେ ୨୦୦୨ରୁ ୨୦୦୪ ଯାଏ ଥିଲେ ଲୋକସଭା ବାଚସ୍ପତି। ସେ ୧୯୩୭ ଡିସେମ୍ବର ୨ରେ ରାଇଗଡ ଜିଲ୍ଲାର ନାନ୍ଦଭିରେ ଜନ୍ମଗ୍ରହଣ କରିଥିଲେ। ଜଣେ ଶିକ୍ଷକରୁ ରାଜନେତା ହୋଇଥିଲେ ମନୋହର। ସେ ୧୯୬୭ରେ ରାଜନୀତିରେ ପ୍ରବେଶ କରିଥିଲେ। ଶିବସେନା ସହ ପ୍ରାୟ ୪୦ ବର୍ଷ ଧରି ସମ୍ପର୍କରେ ଥିଲେ। ୧୯୬୮ରୁ ୧୯୭୦ ଯାଏ ସେ ଥିଲେ ମୁମ୍ବାଇ ମ୍ୟୁନିସପାଲ କାଉନସିଲର। ସେ ୧୯୭୬ରୁ ୧୯୭୭ ଥିଲେ ମୁମ୍ବାଇ ମେୟର। ୧୯୯୦ରେ ବିଧାୟକ ହୋଇଥିବା ମନୋହର ୧୯୯୯ରେ ମୁମ୍ବାଇ ନର୍ଥ-ସେଣ୍ଟ୍ରାଲରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ