Masthead

ପରଲୋକରେ ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ହୋଇଛି । ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ଡମ୍ବରୁଧର କଂଗ୍ରେସ ତରଫରୁ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୫ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗ ପରେ ବିଭିନ୍ନ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ଡମ୍ବରୁଧର ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସରୁ ରାୟଗଡ଼ା ଜିଲ୍ଲା ବିଷମକଟକରୁ ନିର୍ବାଚନ ଲଢ଼ି ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ୧୯୭୭, ୧୯୮୦, ୧୯୮୫ ଓ ୧୯୯୫ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’