Masthead

ପରଲୋକରେ ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ହୋଇଛି । ୮୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି । ଡମ୍ବରୁଧର କଂଗ୍ରେସ ତରଫରୁ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୫ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗ ପରେ ବିଭିନ୍ନ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ଡମ୍ବରୁଧର ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସରୁ ରାୟଗଡ଼ା ଜିଲ୍ଲା ବିଷମକଟକରୁ ନିର୍ବାଚନ ଲଢ଼ି ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ୧୯୭୭, ୧୯୮୦, ୧୯୮୫ ଓ ୧୯୯୫ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ