Masthead

ଆରପାରିରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ । କାକଟପୁରର ପୂର୍ବତନ ବିଜେଡି ବିଧାୟକ ଥିଲେ ସୁରେନ୍ଦ୍ରନାଥ ନାୟକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛଇ । ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର । ସୁରେନ୍ଦ୍ରନାଥ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ ଘରୁ ପ୍ରଥମେ ଅଶୋକ ନଗର ନିଆଯିବ । ପରେ ସେଠାରୁ ବିଧାନସଭା ଓ ପରେ ସଚିବାଳୟ ନିଆଯିବ । ସେଠାରେ ଉପସ୍ଥିତ ଲୋକେ ସୁରେନ୍ଦ୍ରନାଥଙ୍କ ଶେଷ ଦର୍ଶନ କରିବେ। ସେଠାରୁ ପିପିଲି ଦେଇ ନିମାପଡ଼ା, ଗୋପ, କୋଣାର୍କ, କାକଟପୁର, ଅସ୍ତରଙ୍ଗ ନିଆଯିବ । ସେଠାରେ ସମର୍ଥକମାନେ ନିଜ ପ୍ରିୟ ନେତାଙ୍କୁ ଶେଷ ଦର୍ଶନ କରିବେ।

ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ଜନନେତା ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ । ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ ।  ଜଣେ ମନ୍ତ୍ରୀ ଓ ବିଧାୟକଭାବେ ତାଙ୍କର ଉଚ୍ଚ କୋଟୀର ପ୍ରଦର୍ଶନ ପାଇଁ ଓଡିଶା ରାଜନୀତିରେ ସୁରେନ୍ଦ୍ର ବାବୁ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ ।  ତାଙ୍କର ପରଲୋକ ରାଜ୍ୟ ପାଇଁ ଓ ବିଜୁ ଜନତା ଦଳ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପଟନାୟକ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସଂତପ୍ତ ପରିବାରବର୍ଗଙ୍କୁ ଶ୍ରୀ ପଟ୍ଟନାୟକ  ଗଭୀର ସମବେଦନା ଜଣାଇ ଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ