Masthead

ଆରପାରିରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଦେହାନ୍ତ । କାକଟପୁରର ପୂର୍ବତନ ବିଜେଡି ବିଧାୟକ ଥିଲେ ସୁରେନ୍ଦ୍ରନାଥ ନାୟକ । ୯୩ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଛଇ । ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର । ସୁରେନ୍ଦ୍ରନାଥ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ ଘରୁ ପ୍ରଥମେ ଅଶୋକ ନଗର ନିଆଯିବ । ପରେ ସେଠାରୁ ବିଧାନସଭା ଓ ପରେ ସଚିବାଳୟ ନିଆଯିବ । ସେଠାରେ ଉପସ୍ଥିତ ଲୋକେ ସୁରେନ୍ଦ୍ରନାଥଙ୍କ ଶେଷ ଦର୍ଶନ କରିବେ। ସେଠାରୁ ପିପିଲି ଦେଇ ନିମାପଡ଼ା, ଗୋପ, କୋଣାର୍କ, କାକଟପୁର, ଅସ୍ତରଙ୍ଗ ନିଆଯିବ । ସେଠାରେ ସମର୍ଥକମାନେ ନିଜ ପ୍ରିୟ ନେତାଙ୍କୁ ଶେଷ ଦର୍ଶନ କରିବେ।

ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ଜନନେତା ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ । ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ ।  ଜଣେ ମନ୍ତ୍ରୀ ଓ ବିଧାୟକଭାବେ ତାଙ୍କର ଉଚ୍ଚ କୋଟୀର ପ୍ରଦର୍ଶନ ପାଇଁ ଓଡିଶା ରାଜନୀତିରେ ସୁରେନ୍ଦ୍ର ବାବୁ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ ।  ତାଙ୍କର ପରଲୋକ ରାଜ୍ୟ ପାଇଁ ଓ ବିଜୁ ଜନତା ଦଳ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପଟନାୟକ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସଂତପ୍ତ ପରିବାରବର୍ଗଙ୍କୁ ଶ୍ରୀ ପଟ୍ଟନାୟକ  ଗଭୀର ସମବେଦନା ଜଣାଇ ଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ