Masthead

ବିଜେପିରେ ମିଶିବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ଆସନ୍ତା ୪ ତାରିଖରେ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେବେ ରାଜେନ୍ଦ୍ର । ଏହାପୂର୍ବରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜୁ । ଉପ-ନିର୍ବାଚନରେ ଦଳ ବିରୋଧୀ କାମ ପାଇଁ ବିଜେଡିରୁ ହୋଇଥିଲେ ବହିଷ୍କୃତ । ତେବେ ଧାମନଗର ଉପ-ନିର୍ବାଚନରେ ଟିକେଟ ନ ମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ପରାଜିତ ହୋଇଥିଲେ । ୨୦୦୯ରେ ବିଜେଡି ଟିକେଟରୁ ବିଧାୟକ ହୋଇଥିବା ରାଜେନ୍ଦ୍ର ଦାସଙ୍କୁ ୨୦୧୪ରେ ଟିକେଟ ଦେଇନଥିଲା ଦଳ । ତେବେ ୨୦୧୯ରେ ପୁଣିଥରେ ଟିକେଟ ପାଇଥିଲେ ମଧ୍ୟ ବିଜେପି ପ୍ରାର୍ଥୀ ବିଷ୍ଣୁ ସେଠୀଙ୍କ ଠାରୁ ପରାଜିତ ହୋଇଥିଲେ ରାଜେନ୍ଦ୍ର । ପରେ ବିଷ୍ଣୁଙ୍କ ଦେହାନ୍ତ ପରେ ହୋଇଥିବା ଉପ-ନିର୍ବାଚନରେ ବିଜେଡି ଟିକେଟ ନ ପାଇ ନିରାଶ ହୋଇ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜେନ୍ଦ୍ର ମୈଦାନକୁ ଓହ୍ଲାଇଥିଲେ ମଧ୍ୟ ପରାଜିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି