Masthead

ସକାଳେ ବିଜେଡିରୁ ଇସ୍ତଫା, ମଧ୍ୟାହ୍ନରେ ବିଜେପିରେ ମିଶିଲେ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସକାଳେ ବିଜେଡିରୁ ଇସ୍ତଫା ମଧ୍ୟାହ୍ନରେ ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ପ୍ରିୟଦର୍ଶୀ ମିଶ୍ର ଦଳରେ ଯୋଗ ଦେଇଥିଲେ।

ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ୱାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର। ସେ ୨୦୧୪ରେ ଉତ୍ତର ଭୁବନେଶ୍ୱର ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କିନ୍ତୁ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇ ନଥିଲା। ବିଜେଡିରୁ ଇସ୍ତଫା ଦେବା ପରେ ପ୍ରିୟଦର୍ଶୀ ମିଶ୍ର କହିଥିଲେ, ମୁଁ ଛାତ୍ରାବସ୍ଥାରୁ ବିଜୁ ବାବୁଙ୍କ ସହିତ କାମ କରିଛି। ୩୦ ବର୍ଷରୁ ଅଧିକ ସମୟ ଧରି ମୁଁ ନିଷ୍ଠାର ସହିତ ଏହି ଦଳ ପାଇଁ କାମ କରିଛି। କିନ୍ତୁ ଦଳ ମୋତେ କ୍ରମାଗତ ଭାବେ ଅବହେଳା କରିଛି। ତା’ର ପ୍ରତିବାଦରେ ମୁଁ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ