Masthead

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଉତ୍ତର ଭୁବନେଶ୍ବର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଫ ନିରନ୍ତର ଅବହେଳା ଅଭିଯୋଗ କରି ଦଳ ଛାଡ଼ିଲେ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର । ଉତ୍ତର ଭୁବନେଶ୍ବରରୁ ଟିକେଟ ପାଇଁ ଆଶାୟୀ ଥିଲେ ପ୍ରିୟଦର୍ଶୀ । ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ବାଇଁ ହେଉଛନ୍ତି ପ୍ରିୟଦର୍ଶୀ ମିଶ୍ର । ୨୦୧୪ରୁ ୨୦୧୯ରୁ ଯାଏଁ ବିଧାୟକ ଥିଲେ । ୨୦୧୯ ପରଠାରୁ ତାଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉନଥିଲା । ୨୦୧୯ରେ ଦଳ ଉତ୍ତର ଭୁବନେଶ୍ୱରରୁ ସୁଶାନ୍ତ ରାଉତଙ୍କୁ ଟିିକେଟ୍ ଦେଇଥିଲା । ଏଥର ମଧ୍ୟ ଏହି ଆସନରେ ବିଜେଡି ସର୍ପରାଇଜ୍ କାର୍ଡ ଖେଳିବା ନେଇ ଚର୍ଚ୍ଚା ହେଉଛି । ଏହି ଦୃଷ୍ଟିରୁ ପ୍ରିୟଦର୍ଶୀ ଏଥର ଟିକେଟ୍ ପାଇବା ଆଶା ନଥିବା ଆଶା କରି ଦଳ ଛାଡିଥାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା