Masthead

ବିଜେପିରେ ଯୋଗଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗଦେଲେ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ସାମିଲ ହେଲେ । ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ ସିଂ ନିକଟରେ ବିଜେଡି ଛାଡ଼ିଥିଲେ । ବିଜେପିରେ ଯୋଗ ଦେବା ପରେ ପ୍ରଭାସ ସିଂହ କହିଛନ୍ତି, ‍ବିଜେଡିରେ ଆଉ ଆତ୍ମସମ୍ମାନ ନାହିଁ। ତେଣୁ ବିଜେଡି ଛାଡ଼ିଲି। ଓଡ଼ିଶାକୁ ବିକାଶ ପଥରେ ଆଗେଇ ନେବାକୁ ଡବଲ ଇଞ୍ଜିନ ସରକାର ଆବଶ୍ୟକ। ସେଠାରେ ବିଜେପି ଶାସନ ଗାଦିକୁ ଆସିବା ଦରକାର। ଓଡ଼ିଶାରେ ପରିବର୍ତ୍ତନ ପବନ ବହିଲାଣି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେ ସବୁ ଯୋଜନା କରିଛନ୍ତି, ସେଥିରୁ କିଛି ଏବେବି ସେଠାରେ ଲାଗୁ ହେବାକୁ ବାକି ଅଛି।

୨୦୧୪ରେ ବିଜେଡି ଟିକେଟରେ ବରଗଡ଼ ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ ପ୍ରଭାସ ସିଂହ। ୨୦୧୯ରେ ମଧ୍ୟ ସେ ଟିକେଟ ଆଶାୟୀ ଥିଲେ। କିନ୍ତୁ ଦଳ ତାଙ୍କ ବଦଳରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଉପରେ ଭରସା କରିଥିଲା। ତେବେ ପ୍ରସନ୍ନ ପରାସ୍ତ ହୋଇଥିଲେ। ଏଥର ଟିକେଟ ମିଳିବ ବୋଲି ଆଶା ରଖିଥିଲେ ପ୍ରଭାସ ସିଂହ। ହେଲେ ଦଳ ପରିଣୀତା ମିଶ୍ରଙ୍କୁ ଟିକେଟ ଦେଲା। ଏହା ପରେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରଭାସ ସିଂହ। ବିଜେଡିରେ ଆଉ ପୂର୍ବଭଳି ନୀତି, ଆଦର୍ଶ ନାହିଁ ବୋଲି ସେ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା