Masthead

ପୂର୍ବତନ ସାଂସଦ ତ୍ରିଲୋଚନ କାନୁନ୍‌ଗୋଙ୍କ ଦେହାନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ସାଂସଦ ତ୍ରିଲୋଚନ କାନୁନ୍‌ଗୋଙ୍କ ଦେହାନ୍ତ । ୮୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମାର୍ଚ୍ଚ ୩୦ରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ସକାଳ ୭ଟା ବେଲେ ତାଙ୍କର ଦେହାନ୍ତ ହୋଇଛି । ୩ ଥର ବିଧାୟକ ଓ ଥରେ ସାଂସଦ ଥିବା ତ୍ରିଲୋଚନଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି । ଜଗତସିଂହପୁର ଜିଲ୍ଲାର ବଡ଼ମୁଳେଇରେ ୧୯୪୦ ନଭେମ୍ବର ୨୪ରେ ଜନ୍ମଗ୍ରହଣ କରିଥିବା ତ୍ରିଲୋଚନ କାନୁନଗୋ ୧୯୯୯ରୁ ୨୦୦୪ ପର୍ଯ୍ୟନ୍ତ ଲୋକସଭାକୁ ପ୍ରତିନିଧିତ୍ୱ କରୁଥିଲେ ।

କଂଗ୍ରେସରୁ ରାଜନୈତିକ ଜୀବନ ଆରମ୍ଭ କରିଥିବା ତ୍ରିଲୋଚନ କାନୁନଗୋ ୧୯୯୦ରେ ଜନତା ଦଳରେ ଯୋଗ ଦେଇଥିଲେ । କଟକ ସଦର ବ୍ଲକର ୨ ଥର ଚେୟାରମ୍ୟାନ ଥିବା ତ୍ରିଲୋଚନ କାନୁନଗୋ ୧୯୭୧ରେ କଂଗ୍ରେସ ଟିକେଟରେ ଗୋବିନ୍ଦପୁର ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ । ୧୯୭୪ରେ ସେ କଟକ ସଦର ବିଧାୟକ ହୋଇଥିଲେ । ୧୯୮୫ରେ ପୁଣି ସେ ଗୋବିନ୍ଦପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ