Masthead

ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ପୋଲିସ ପ୍ରଶାସକ ଅନାଦି ଚରଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ପୂର୍ବତନ ସାଂସଦ ତଥା ଅବସରପ୍ରାପ୍ତ ପୋଲିସ ପ୍ରଶାସକ ଅନାଦି ଚରଣ ସାହୁ । ୮୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ । କଟକର ସିଡିଏ ସ୍ଥିତ ବାସଭବନରେ ବିଳମ୍ବିତ ରାତିରେ ଅନାଦି ସାହୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଜଣେ ଦକ୍ଷ ପୋଲିସ ଅଧିକାରୀ ଭାବେ ଥିଲେ ପରିଚିତ । ଦୀର୍ଘଦିନ ଧରି ଅନାଦି ସାହୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ୨ରୁ୩ ବର୍ଷ ହେବ ସେ ଶର‌୍ୟ୍ୟାଶାୟୀ ଥିଲେ। ଅନାଦି ଚରଣ ସାହୁ ଭାରତୀୟ ଜନତା ପାର୍ଟିର ଜଣେ ବରିଷ୍ଠ ରାଜନୀତିଜ୍ଞ ଥିଲେ । ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । କିଛି ବର୍ଷ ହେଲା ଅନାଦି ସାହୁ ରାଜନୀତ ଦୂରେଇ ଯାଇଥିଲେ। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟ ନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’