Masthead

ପରଲୋକରେ ମହେଶ୍ୱର ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି । ୬୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ଭୋର ୩ଟା୨୫ରେ ପରଲୋକ ହୋଇଥିବା ସୂଚନା । ଗତ ୩୧ରୁ ଚିକିସôାଧିନ ଥିଲେ ମହେଶ୍ୱର ମହାନ୍ତି । ବ୍ରେନ ଷ୍ଟୋକରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ତାଙ୍କ ବିୟୋଗରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଶୋକ ପ୍ରକାଶ କରିବା ସହିତ ବିରୋଧୀ ଦଳନେତା ଜୟନାରାୟଣ ମିଶ୍ର ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଶୋକ ପ୍ରକାଶ କରିଛନ୍ତି ।

୧୯୫୬ ଫେବ୍ରୁଆରୀ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ମହେଶ୍ୱର ମହାନ୍ତି । ୧୯୯୫ ମସିହାରେ ଜନତା ଦଳ ଟିକେଟରେ ପୁରୀ ବିଧାନସଭାରୁ ନିର୍ବାଚିତ ହୋଇ ପ୍ରଥମେ ବିଧାୟକ ହୋଇଥିଲେ । ଏହାପରେ ବିଜେଡି ଟିକେଟରେ ୨୦୦୦, ୨୦୦୪, ୨୦୦୯, ୨୦୧୪ରେ ପୁରୀ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କ୍ରମାଗତ ଭାବେ ୫ ଥର ପୁରୀ ନିର୍ବାଚନମଣ୍ଡଳୀର ସେ ପ୍ରତିନିଧିତ୍ୱ କରିଥିଲେ । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନସଭାର ବାଚସ୍ପତି ହୋଇଥିଲେ ।

ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀପଦ ସମ୍ଭାଳିଥିଲେ ମହେଶ୍ୱର । ୨୦୧୧ରେ ପଞ୍ଚାୟତିରାଜ ମନ୍ତ୍ରୀ, ୨୦୧୨ରେ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ସହ ଯୋଜନା ଏବଂ ସମନ୍ୱୟ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ସେହପରି ୨୦୧୩ରେ ଆଇନ ମନ୍ତ୍ରୀ ଭାବେ ମଧ୍ୟ ସେ କାର୍ଯ୍ୟ କରିଥିଲେ । ୨୦୧୭ରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ବାଳିଥିଲେ ।କିନ୍ତୁ ୨୦୧୯ରେ ସେ ନିର୍ବାଚନ ହାରି ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ