Masthead

ପୂର୍ବତନ ପିସିସି ସଭାପତି ନିତ୍ୟାନନ୍ଦଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ପୂର୍ବତନ ଲୋକସଭା ସାଂସଦ ବରିଷ୍ଠ ଜନନେତା ନିତ୍ୟାନନ୍ଦ ମିଶ୍ରଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ଆର୍ମି ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ନିତ୍ୟାନନ୍ଦ ମିଶ୍ରଙ୍କର ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶା କଂଗ୍ରେସ କମିଟିର ସଭାପତି ନୀରଞ୍ଜନ ପଟ୍ଟନାୟକ ।

ସୂଚନା ଅନୁସାରେ, ମିଶ୍ର ନିମୋନିଆରେ ଆକ୍ରାନ୍ତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଥିଲା । ସ୍ୱର୍ଗତ ମିଶ୍ର ବଲାଙ୍ଗୀର ଜିଲ୍ଲାର କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ବେଶ୍‌ ପରିଚିତ ଥିଲେ । ୧୯୭୮ରୁ ୮୧ ମସିହା ଯାଏ ସେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଥିଲେ । ୧୯୮୦ ମସିହାରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ