ପୂର୍ବତନ ପିସିସି ସଭାପତି ନିତ୍ୟାନନ୍ଦଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ପୂର୍ବତନ ଲୋକସଭା ସାଂସଦ ବରିଷ୍ଠ ଜନନେତା ନିତ୍ୟାନନ୍ଦ ମିଶ୍ରଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ଆର୍ମି ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ନିତ୍ୟାନନ୍ଦ ମିଶ୍ରଙ୍କର ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶା କଂଗ୍ରେସ କମିଟିର ସଭାପତି ନୀରଞ୍ଜନ ପଟ୍ଟନାୟକ ।

ସୂଚନା ଅନୁସାରେ, ମିଶ୍ର ନିମୋନିଆରେ ଆକ୍ରାନ୍ତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଥିଲା । ସ୍ୱର୍ଗତ ମିଶ୍ର ବଲାଙ୍ଗୀର ଜିଲ୍ଲାର କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ବେଶ୍‌ ପରିଚିତ ଥିଲେ । ୧୯୭୮ରୁ ୮୧ ମସିହା ଯାଏ ସେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଥିଲେ । ୧୯୮୦ ମସିହାରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ