Masthead

ଘରୁ ଡାକି ନେଇ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ):  କନ୍ଧମାଳରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ । ପୂର୍ବତ୍ତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ । କନ୍ଧମାଳ ଜିଲ୍ଲା ମାଓ ଅଧିସୁତ ଅଞ୍ଚଳ କୁହାଯାଉଥିବା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି । ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଘରୁ ଡାକି ନେଇ ମାଓବାଦୀମାନେ ହତ୍ୟା କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ରାତିରେ ସୁବଳ ଘରେ ଶୋଇଥିବା ବେଳେ ୧୦ ରୁ ୧୫ ଜଣ ସଶସ୍ତ୍ର ମାଓବାଦୀ ତାଙ୍କୁ ଘରୁ ଡାକି ନେଇଥିଲେ।

ଏହାପରେ ଘର ଠାରୁ ମାତ୍ର ୨୦୦ ମିଟର ଦୂରରେ ମାଓବାଦୀମାନେ ତାଙ୍କ ଗୁଳି କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ ଘଟଣା ସ୍ଥଳରୁ ସୁମେରବନ୍ଧ ସିଆରପିଏଫ କ୍ୟାମ୍ପର ଦୂରତା ମାତ୍ର ଗୋଟିଏ କିଲୋ ମିଟର ହୋଇଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ଥାଇ ମଧ୍ୟ ଏଭଳି ଘଟଣାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ସ୍ଥାନୀୟ ଜନସାଧାରଣ । ଘଟଣାକୁ ନେଇ ଗାଁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ପୂର୍ବରୁ ସୁବଳଙ୍କୁ ଗାଁ ଛାଡ଼ିବାକୁ ମାଓବାଦୀମାନେ ଧମକ ଦେଇ ଆସୁଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ