Masthead

ଘରୁ ଡାକି ନେଇ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ):  କନ୍ଧମାଳରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ । ପୂର୍ବତ୍ତନ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ । କନ୍ଧମାଳ ଜିଲ୍ଲା ମାଓ ଅଧିସୁତ ଅଞ୍ଚଳ କୁହାଯାଉଥିବା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ସୁମେରବନ୍ଧ ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବଳ କହଁରଙ୍କୁ ଅତି ନିର୍ମମ ଭାବରେ ମାଓବାଦୀମାନେ ହତ୍ୟା କରି ପୁଣି ଥରେ ନିଜର ସ୍ଥିତି ଜାହିର କରିଛନ୍ତି । ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ଘରୁ ଡାକି ନେଇ ମାଓବାଦୀମାନେ ହତ୍ୟା କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ରାତିରେ ସୁବଳ ଘରେ ଶୋଇଥିବା ବେଳେ ୧୦ ରୁ ୧୫ ଜଣ ସଶସ୍ତ୍ର ମାଓବାଦୀ ତାଙ୍କୁ ଘରୁ ଡାକି ନେଇଥିଲେ।

ଏହାପରେ ଘର ଠାରୁ ମାତ୍ର ୨୦୦ ମିଟର ଦୂରରେ ମାଓବାଦୀମାନେ ତାଙ୍କ ଗୁଳି କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ ଘଟଣା ସ୍ଥଳରୁ ସୁମେରବନ୍ଧ ସିଆରପିଏଫ କ୍ୟାମ୍ପର ଦୂରତା ମାତ୍ର ଗୋଟିଏ କିଲୋ ମିଟର ହୋଇଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା ଥାଇ ମଧ୍ୟ ଏଭଳି ଘଟଣାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ସ୍ଥାନୀୟ ଜନସାଧାରଣ । ଘଟଣାକୁ ନେଇ ଗାଁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ପୂର୍ବରୁ ସୁବଳଙ୍କୁ ଗାଁ ଛାଡ଼ିବାକୁ ମାଓବାଦୀମାନେ ଧମକ ଦେଇ ଆସୁଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ