Masthead

ବଢ଼ିଲା ଟ୍ରମ୍ପଙ୍କ ଅଡ଼ୁଆ, ଆଜି ହୋଇପାରନ୍ତି ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଢ଼ିଲା ଟ୍ରମ୍ପଙ୍କ ଅଡ଼ୁଆ । ଆଜି ହୋଇପାରନ୍ତି ଗିରଫ । ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡ଼ୁଆ ବଢିଛି । ଚୁପ୍ ରହିବା ପାଇଁ ପର୍ଣ୍ଣଷ୍ଟାରଙ୍କୁ ଅର୍ଥ ପ୍ରଦାନ ମାମଲାରେ ଆଜି ହୋଇପାରନ୍ତି ଗିରଫ । ଏନେଇ ନିଜେ ଟ୍ରମ୍ପ ମତ ରଖିଛନ୍ତି । ଟ୍ରମ୍ପଙ୍କୁ ଗିରଫ କରିବା ଲାଗି ନ୍ୟୁୟର୍କସ୍ଥିତ ଆଇନ ବିଭାଗ କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରମ୍ପଙ୍କ ପୂର୍ବତନ ଓକିଲ ମାଇକେଲ କୋହେନଙ୍କ ସମେତ କେତେକ ସାକ୍ଷୀଙ୍କୁ ଏହି ମାମଲାରେ ଜେରା କରୁଛନ୍ତି ମାନହଟ୍ଟନ ଡିଷ୍ଟ୍ରିକ୍ଟ ଆଟର୍ଣ୍ଣି ଆଲଭିନ ବ୍ରାଗ ।

ଟ୍ରମ୍ପଙ୍କ ଦ୍ୱାରା ଘଟିଥିବା ଯୌନ ସମ୍ପର୍କିତ ଆକ୍ଷେପ ଘଟଣାରେ ଦୁଇ ମହିଳାଙ୍କୁ ଚୁପ୍ କରିବା ଲାଗି ୨୦୧୬ରେ ଟ୍ରମ୍ପଙ୍କ ଓକିଲ ଅର୍ଥ ଦେବା ଲାଗି ଯୋଜନା କରିଥିଲେ ବୋଲି ଅଭିଯୋଗ ହୋଇଥିଲା । ତେବେ ଏହି ଅଭିଯୋଗକୁ ଖଣ୍ଡନ କରିଥିଲେ ଟ୍ରମ୍ପ୍ । ୨୦୨୪ ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ଏହା ଏକ ଷଡ଼ଯନ୍ତ୍ର ବୋଲି ସେ କହିଥିଲେ । ଟ୍ରମ୍ପଙ୍କ ନିର୍ଦ୍ଦେଶ ଅନୁସାରେ ପର୍ଣ୍ଣଷ୍ଟାର ଷ୍ଟର୍ମି ଡାନିଏଲସ ଓ ପ୍ଲେବ୍ୟାକ ମଡେଲ କାରେନ ମାକଡୁଗଲଙ୍କୁ ଚୁପ୍ କରିବା ଲାଗି ଓକିଲ ମାଇକେଲ କୋହେନ ୧ ଲକ୍ଷ ୩୦ ହଜାର ଡଲାର ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ