Masthead

ପୂର୍ବତନ କୁଳପତିଙ୍କୁ ହତ୍ୟା

ଲଇକେରା (ବଡ଼ ଖବର ବ୍ୟୁରୋ): ପୂର୍ବତନ କୁଳପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା । ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡକ୍ଟର ଧୃବରାଜ ନାଏକଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଝାରସୁଗୁଡା ଜିଲ୍ଲା ଲଇକେରା ଥାନା ଅଞ୍ଚଳରେ କେହି ଜଣେ ଦୃବୁର୍ତ୍ତ ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଫେରାର ହୋଇଯାଇଛି। ଗୁରୁତର ଅବସ୍ଥାରେ ଡକ୍ଟର ଧୃବରାଜ ନାଏକଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଲଇକେରା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ ଧୃବରାଜଙ୍କୁ ଜଣେ ଲୋକ ମଦ ପିଇବାକୁ ଏକ ଶହ ଟଙ୍କା ମାଗିଥିଲା । ତେବେ ସେ ତାଙ୍କୁ ଟଙ୍କା ନ ଦେଇଥିବାରୁ ବ୍ୟକ୍ତି ଜଣକ ରାଗିଯାଇଥିଲେ। ଏବଂ ମଦ ନିଶାରେ ଧୃବରାଜଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ବ୍ୟକ୍ତି ଜଣକ ବର୍ତ୍ତମାନ ଫେରାର ହୋଇଯାଇଛି। ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି