ପୂର୍ବତନ କୁଳପତିଙ୍କୁ ହତ୍ୟା

ଲଇକେରା (ବଡ଼ ଖବର ବ୍ୟୁରୋ): ପୂର୍ବତନ କୁଳପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା । ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡକ୍ଟର ଧୃବରାଜ ନାଏକଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଝାରସୁଗୁଡା ଜିଲ୍ଲା ଲଇକେରା ଥାନା ଅଞ୍ଚଳରେ କେହି ଜଣେ ଦୃବୁର୍ତ୍ତ ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ଫେରାର ହୋଇଯାଇଛି। ଗୁରୁତର ଅବସ୍ଥାରେ ଡକ୍ଟର ଧୃବରାଜ ନାଏକଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଲଇକେରା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ ଧୃବରାଜଙ୍କୁ ଜଣେ ଲୋକ ମଦ ପିଇବାକୁ ଏକ ଶହ ଟଙ୍କା ମାଗିଥିଲା । ତେବେ ସେ ତାଙ୍କୁ ଟଙ୍କା ନ ଦେଇଥିବାରୁ ବ୍ୟକ୍ତି ଜଣକ ରାଗିଯାଇଥିଲେ। ଏବଂ ମଦ ନିଶାରେ ଧୃବରାଜଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ବ୍ୟକ୍ତି ଜଣକ ବର୍ତ୍ତମାନ ଫେରାର ହୋଇଯାଇଛି। ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’