Masthead

ବାଣ ଫୁଟି ୪ ଶିଶୁ ଆହତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଜନ୍ତାରିବୋଲ ଗାଁରେ ବାଣ ଫୁଟି ୪ ଶିଶୁ ଆହତ । ମେଡିକାଲରେ ଭର୍ତ୍ତି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାନପୁରା ପଞ୍ଚାୟତ ଜନ୍ତାରିବୋଲ ଗାଁରେ ବାଣ ଫୁଟି ୪ ଜଣ ଶିଶୁ ଗୁରୁତର ହୋଇଛନ୍ତି। ଆହାତ ଶିଶୁମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ ଘର ନିକଟରେ ଶିଶୁମାନେ ଖେଳୁଥିବା ବେଳେ ରାସ୍ତାକଡରେ ପଡ଼ିଥିବା ଏକ ଅଫୁଟା ବାଣକୁ ପାଇ ଶିଶୁମାନେ ନିଆଁ ଜାଳି ଫୁଟାଇବାକୁ ଚେଷ୍ଟା କରୁଥିବା ବେଳେ ବାଣଟି ହଠାତ ଫୁଟି ଯାଇଥିଲା। ବାଣ ଶବ୍ଦ ଶୁଣି ଘରଲୋକ ବାହାରି ଆସିଥିଲେ। ଦେଖିଲାବେଳକୁ ରକ୍ତ ଯୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ତୁରନ୍ତ ଶିଶୁମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ଶିଶୁମାନଙ୍କର ହାତରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଚିକିତ୍ସା ପରେ ସମସ୍ତ ଶିଶୁଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ