Masthead

ଖୋଲିଲା ଗେଟ, ପୋଲ ଉପରେ ୮ ଫୁଟର ପାଣି

ବାରିପଦା  (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ବେହାଲ ସ୍ଥିତି । କପ୍ତିପଦା ଉପଖଣ୍ଡରେ ବନ୍ୟା ପରିସ୍ଥିତି । ଗତକାଲି ରାତିରେ ଶିମିଳିପାଳ ଉପର ମୁଣ୍ଡରେ ଲଗାଣ ବର୍ଷା କାରଣରୁ ସୁନେଇ ଡ୍ୟାମର ଚାରି ଗୋଟି ଗେଟ ଖୋଲାଯାଇଛି । ଯାହା ଫଳରେ ଡ୍ୟାମରୁ ବାହାରୁଥିବା ବନ୍ୟା ଜଳରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଏହି ବନ୍ୟାଜଳ ଫଳରେ କପ୍ତିପଦା ମହିଷାସୁରି ପୋଲ ଉପରେ ୮ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି । ଏହି ପୋଲ ସମ୍ପୂର୍ଣ୍ଣ ଭାବେ ବୁଡି ଯାଇଥିବା ବେଳେ ପୋଲର ଗୋଟିଏ ପାଖ କିଛି ମାତ୍ରାରେ ଧୋଇ ହୋଇଯାଇଛି । ଯାହାଫଳରେ ଉଦଳା – ଶାଳଛୁଆ ଏବଂ ସୋର ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି । ରାସ୍ତାର ୨ ପାର୍ଶ୍ଵରେ ଯାନବାହନ ଅଟକି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ