Masthead

ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ

ଗଞ୍ଜାମ/କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ। କେନ୍ଦୁଝରରେ ୨ ଓ ଗଞ୍ଜାମରେ ୨ଜଣଙ୍କ ମୃତ୍ୟୁ । କେନ୍ଦୁଝର ଘସିପୁରା ରାଧିକାଦେଇପୁରରେ ୨ ମୃତ ।  ଶୋଇଥିବା ବେଳେ ମାଆ ଓ ପୁଅଙ୍କୁ କାମୁଡ଼ିଥିଲା ସାପ । ଘଷିପୁରାର ଜେମାମଣୀ ଓ ୧୦ବର୍ଷିୟ ପୁଅ ଗଣେଶ ରାତିରେ ଖାଇସାରି ଘରେ ଶୋଇଥିଲେ । ରାତି ୧ଟା ସମୟରେ ଉଭୟ ହଠାତ୍ ଗୁରୁତର ହୋଇପଡିବାରୁ ସ୍ବାମୀ ସୁନିଲ ଉଭୟଙ୍କୁ ନିକଟସ୍ଥ କେଶଦୂରପାଳ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ।

ହେଲେ ସେଠାରେ ଅବସ୍ଥା ସଂକଟାପନ୍ନ ହେବାରୁ ଉଭୟଙ୍କୁ ଡାକ୍ତର ଆନନ୍ଦପୁର ଡାକ୍ତରଖାନା ନେବାକୁ ପରାମର୍ଶ ଦେଇଥିଲେ । ହେଲେ ଆମ୍ବୁଲାନ୍ସ ନମିଳିବାରୁ ବିଳମ୍ବରେ ଏକ ପ୍ରାଇଭେଟ୍ କାର ଭଡାକରି ଉଭୟଙ୍କୁ ଆନନ୍ଦପୁର ମେଡିକାଲ ପହଁଞ୍ଚାଇଥିଲେ । ତେବେ ଆନନ୍ଦପୁର ମେଡ଼ିକାଲରେ ପହଁଞ୍ଚିବା ପୂର୍ବରୁ ପୁଅର ମୃତ୍ୟୁ ଘଟିଥିବାବେଳେ ଚିକିତ୍ସାଧିନ ଅବସ୍ଥାରେ ମା’ର ମୃ୍ତ୍ୟୁ ହୋଇଛି । ସେହିପରି  ଗଞ୍ଜାମରେ ସାପ କାମୁଡ଼ାରେ ମାଇଁ ଓ ଭାଣିଜୀ ମୃତ । ଗଞ୍ଜାମ ଜରଡା ଥାନା ପାତ୍ରପୁର ବ୍ଲକ ବିଲୁ ଗାଁର ଘଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା