Masthead

କୁଆଖାଇରେ ଭାସିଗଲେ ୪ ସ୍କୁଲ ପିଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୁଆଖାଇ ନଦୀରେ ଗାଧେଇବା ବେଳେ ନିଖୋଜ ହୋଇଯାଇଥିଲେ ଚାରି ସ୍କୁଲ ପିଲା । ଅଗ୍ନିଶମ ବିଭାଗ କର୍ମଚାରୀ ସେମାନଙ୍କ ମଧ୍ୟରୁ ୩ଜଣଙ୍କୁ ଜୀବିତବସ୍ଥାରେ ଓ ଏକ ମୃତଦେହ ଉଦ୍ଧାର କରିଥିଲେ । ପ୍ରାୟ ୨ ରୁ ୩ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରିରହିଥିଲା । ମୃତଦେହକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲକୁ ପଠାଇଦିଆଯାଇଥିଲା । କୁଆଖାଇ ନଦୀରେ ଗାଧୋଇବାକୁ ସକାଳ ପ୍ରାୟ ୧୦ଟା ବେଳେ ଭୁବନେଶ୍ଵର ଲକ୍ଷ୍ମୀସାଗର ଥାନା ମଣ୍ଡପ ସାହିର ୪ଜଣ ନାବାଳକ ଆସିଥିଲେ ।

୪ ଜଣ ଗାଧୋଇବା ବେଳେ ଭାସିଯାଇଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକ ନିଜେ ନିଜେ ଉପରକୁ ଚାଲିଆସିଥିଲେ । ଅନ୍ୟ ଜଣେ ନାବାଳକ ପ୍ରାୟ ୩୦ ରୁ ୩୫ ଫୁଟ ଗଭୀରରେ ଫସିଯାଇଥିଲେ । ଖବର ପାଇ ବାଲିଅନ୍ତା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

ପ୍ରାୟ ଏକ ଘଣ୍ଟା ପରେ ସେହି ନାବାଳକଙ୍କୁ ପାଣିରୁ ଉଦ୍ଧାର କରିଥିଲେ ଅଗ୍ନିଶମ ବିଭାଗ କର୍ମଚାରୀ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ନାବାଳକ ଜଣଙ୍କ ହେଉଛନ୍ତି ଭୁବନେଶ୍ୱରର ଲକ୍ଷ୍ମୀ ସାଗର ଅଞ୍ଚଳର ମହେଶ୍ଵର ପୃଷ୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର