Masthead

ଏନକାଉଣ୍ଟରରେ ଚାରି ଆତଙ୍କବାଦୀ ନିହତ

ଶ୍ରୀନଗର (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରି ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରୁଛନ୍ତି । ଏହି ଆତଙ୍କବାଦୀମାନେ ପ୍ରଥମେ ଜନବସତିରେ ଲୋକଙ୍କୁ ପଣବନ୍ଦୀ କରିବା ପରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଥାନ୍ତି । ଆତଙ୍କବାଦୀଙ୍କ ଯୋଗୁଁ ସାଧାରଣ ଲୋକ ବିପଦରେ ପଡୁଥିବା ବେଳେ ସୁରକ୍ଷାକର୍ମୀଙ୍କ ମଧ୍ୟରୁ ଅନେକ ସହିଦ ହେଉଛନ୍ତି । ଦକ୍ଷିଣ କIଶ୍ମୀର ଶୋପିଆଁ ଏବଂ ପୁଲ୍ଓ୍ଵାମା ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀମାନଙ୍କ ମଧ୍ୟରେ ଘଟିଛି ଏନକାଉଣ୍ଟର ।

ଦୁଇଟି ପୃଥକ୍ ଏନକାଉଣ୍ଟରରେ ଚାରିଜଣ ଆତଙ୍କବାଦୀ ନିହତ ଓ ଚାରି ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଜଣେ ସେନା ଅଧିକାରୀଙ୍କ ସମେତ ସେନାର ଚାରିଜଣ ସୈନିକ ଏହି ଏନକାଉଣ୍ଟରରେ ଆହତ ହୋଇଛନ୍ତି। ଆଜି ବଡ଼ି ଭୋରରୁ ପୁଲ୍ଓ୍ଵାମା ଜିଲ୍ଲା ଅନ୍ତର୍ଗତ ତ୍ରାଲ୍ ଅଞ୍ଚଳରେ ଦ୍ୱିତୀୟ ଏନକାଉଣ୍ଟର ଆରମ୍ଭ ହୋଇଛି। ସେଠାରେ ଦୁଇତିନିଜଣ ଆତଙ୍କବାଦୀ ଛପି ରହିଥିବା ଅନୁମାନ କରାଯାଉଛି। ଆତ୍ମଗୋପନ କରିଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ସୁରକ୍ଷାବଳର ଗୁଳିରେ ନିହତ ହୋଇଛନ୍ତି। ଉଭୟ ଜିଲ୍ଲାରେ ଇଣ୍ଟର୍ନେଟ୍ କାଟି ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ