Masthead

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ୪ ଥର ହେବ କୋଭିଡ ଟେଷ୍ଟ

ପୁରୀ(ବଡ଼ ଖବର ବ୍ୟୁରୋ): ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ କରୋନା କଟକଣା ମଧ୍ୟରେ ବିନା ଭକ୍ତରେ ପାଳିତ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କିନ୍ତୁ ଚଳିତ ବର୍ଷ ରଥଯାତ୍ରା ପାଇଁ ୪ଥର ହେବ କରୋନା ଟେଷ୍ଟ । ପୁରୀ ରଥଯାତ୍ରା ସହ ସଂପୃକ୍ତ ଥିବା ସମସ୍ତ ବ୍ୟକ୍ତିଙ୍କର ୪ ଥର କୋଭିଡ ଟେଷ୍ଟ କରାଯିବ ।

ସ୍ନାନ ଯାତ୍ରା, ଗୁଣ୍ଡିଚା ଯାତ୍ରା ଓ ବାହୁଡ଼ା ଯାତ୍ରାର ୪୮ଘଣ୍ଟା ପୂର୍ବରୁ ଏବଂ ନୀଳାଦ୍ରୀବିଜେର ୧୫ ଦିନ ପୁର୍ବରୁ ହେବ ଆରଟିପିସିଆର ଟେଷ୍ଟ । ସେବାୟତ, ପୋଲିସ ଓ ମନ୍ଦିର ଅଧିକାରୀଙ୍କର ହେବ କୋଭିଡ ଟେଷ୍ଟ । ସ୍ନାନ ଯାତ୍ରା ଓ ରଥଯାତ୍ରାରେ ସେବାୟତଙ୍କୁ ଆବଶ୍ୟକ ମାସ୍କ ମଧ୍ୟ ଯୋଗାଇ ଦିଆଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ସିଡିଏମଓ ଅଫିସ ମଧ୍ୟରେ ଯୋଗସୂତ୍ର ରକ୍ଷା କରିବେ ଜଣେ ନୋଡାଲ ଅଧିକାରୀ । ରଥଯାତ୍ରା କୋଭିଡ଼ ପରିଚାଳନା ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନର ଏକ ବୈଠକ ବସିଥିଲା ।

ସୂଚନା ମୁତାବକ, ଚଳିତ ବର୍ଷ ବି ରାଜ୍ୟରେ କେବଳ ପୁରୀରେ ହିଁ ରଥଯାତ୍ରା ହେବାକୁ ଯାଉଛି । ବିନା ଭକ୍ତରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ସେପଟେ ରାଜ୍ୟର ଅନ୍ୟମନ୍ଦିର ଗୁଡ଼ିକରେ ରଥଯାତ୍ରାରେ ନୀତିକାନ୍ତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ