ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍: ୬ ଲୋକସଭା, ୪୨ ବିଧାନସଭା ଆସନରେ ଚାଲିଛି ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଚାଲିଛି ଭୋଟ ଗ୍ରହଣ । ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରଙ୍କର ଭିଡ଼ ଲଗାଇବା ଆରମ୍ଭ ହୋଇଗଲାଣି। ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ ଓ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲଛି ମତଦାନ ।ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ।

ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ। ଏହି ପର୍ୟ୍ୟାୟରେ ମୋଟ୍ ୧୦ ହଜାର ୮୮୨ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି। ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’