Masthead

ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍: ୬ ଲୋକସଭା, ୪୨ ବିଧାନସଭା ଆସନରେ ଚାଲିଛି ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଚାଲିଛି ଭୋଟ ଗ୍ରହଣ । ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରଙ୍କର ଭିଡ଼ ଲଗାଇବା ଆରମ୍ଭ ହୋଇଗଲାଣି। ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ରର ଏବଂ ମୟୂରଭଂଜ ଓ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲଛି ମତଦାନ ।ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ।

ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ। ଏହି ପର୍ୟ୍ୟାୟରେ ମୋଟ୍ ୧୦ ହଜାର ୮୮୨ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେଉଛି। ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ