Masthead

ଫ୍ରାନ୍ସ ରାଷ୍ଟ୍ରପତି ହେବେ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଫ୍ରାନ୍ସ ରାଷ୍ଟ୍ରପତି ହେବେ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି । ୨୦୨୪ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହେବେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ । ଜାନୁଆରୀ ୨୬ରେ କର୍ତ୍ତବ୍ୟପଥରେ ଉପସ୍ଥିତ ରହି ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ । ଭାରତ ପକ୍ଷରୁ ତାଙ୍କୁ ଆମନ୍ତ୍ରଣ କରାଯିବା ପରେ ଏଥିରେ ସମ୍ମତ୍ତି ଜଣାଇବା ସହିତ, ସୋସିଆଲ ମିଡିଆରେ ମୋଦିଙ୍କୁ ପ୍ରିୟ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି ମାକ୍ରନ୍ ।

https://x.com/EmmanuelMacron/status/1738189685195702298?s=20

ଗତ ଜୁଲାଇ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫ୍ରାନ୍ସ ଗସ୍ତରେ ଯାଇ ଜାତୀୟ ଦିବସ ବାଷ୍ଟିଲ୍ ଡେ’ ପରେଡରେ ସାମିଲ ହୋଇଥିଲେ । ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ବୋଲି ସୂଚନା ମିଳିଥିଲା । କିନ୍ତୁ ଜାନୁଆରୀ ମାସରେ ବ୍ୟସ୍ତ ବହୁଳ କାର୍ୟ୍ୟସୂଚୀ ଯୋଗୁ ସେ ଭାରତ ଆସିପାରିବେ ନାହିଁ । ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାରେ ମାକ୍ରନ୍ ହେବେ ଷଷ୍ଠ ଫ୍ରାନ୍ସ ଶୀର୍ଷନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ