Masthead

ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । କୋଭିଡ ଟିକା ପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବେନି ରାଜ୍ୟବାସୀ । ରାଜ୍ୟବାସୀଙ୍କୁ ମିଳିବ ମାଗଣା ଟିକା । ୧୮ବର୍ଷରୁ ଉଦ୍ଧ୍ୱର୍ ବ୍ୟକ୍ତିଙ୍କୁ ମେ ୧ରୁ ଟିକାକରଣରେ ସାମିଲ କରାଯିବ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ରାଜ୍ୟବାସୀଙ୍କୁ ମାଗଣା ଟିକା ଦେବାକୁ ରାଜ୍ୟ ସରକାର ଖର୍ଚ୍ଚ କରିବେ ଦୁଇ ହଜାର କୋଟି ଟଙ୍କା । ସାରା ଦେଶ ସମେତ ଆମ ରାଜ୍ୟରେ ମଧ୍ୟ କୋଭିଡର ଦ୍ୱିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି । ଯାହାକୁ ମାତଦେବା ପାଇଁ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏକ ଭିଡିଓ ବର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି କି ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ପ୍ରତିଦିନ ଦେଶରେ ଅନେକ ଲୋକ ମୃତ୍ୟୁ ବରଣ କରୁଛନ୍ତି ଅନେକ ନିଜ ପରିବାରକୁ ହରାଇଛନ୍ତି । ଏଭଳି ସମୟରେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ପାଳନ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ସମସ୍ତେ କୋଭିଡ ନିୟମ ମାନିବାକୁ ସେ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି