ବଡବନ୍ଧକେରା ଗ୍ରାମରେ ବୋମାମାଡ, ଛିଣ୍ଡିଲା ଯୁବକଙ୍କ ହାତ

ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ): ବ୍ରହ୍ମଗିରି ଥାନା ବଡବନ୍ଧକେରା ଗ୍ରାମରେ ବୋମାମାଡ । ଜଣେ ଆହତ ଜଣେ ଗୁରୁତର। ବ୍ରହ୍ମଗିରି ବଡବନ୍ଧକେରା ଗ୍ରାମରେ ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ଭୋଜି ଚାଲିଥିବା ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଗୋଷ୍ଠି ମଧ୍ୟରେ ହାତାହାତି ହୋଇଥିଲେ, କ୍ରମଶଃ ଏହା ହାତାହାତିରୁ ବୋମାବର୍ଷଣ ପର୍ଯ୍ୟନ୍ତ ପହଁଞ୍ଚିଥିଲା ।

ବୋମାମାଡରେ ଉକ୍ତ ଗ୍ରାମର ମନୋଜ ପାଣିଙ୍କ ବାମ ହାତ ଛିଣ୍ଡି ପଡିଥିବା ବେଳେ ମୁଣ୍ଡରେ ଶକ୍ତ ଆଘାତ ଲାଘିଛି । ତାଙ୍କୁ ଗୁରୁତର ଭାବରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତର କରାଯାଇଛି । ସାମାନ୍ୟ ଆଘାତ ହୋଇ ସେହି ଗ୍ରାମର ଭାଗୀରଥି ପରିଡା ରେବଣା ନୁଆଗାଁ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଆଇନଶୃଙ୍ଖଳା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଉକ୍ତ ଗ୍ରାମରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ