Masthead

କୋରେଇରୁ ଆକାଶ, ଦିଗପହଣ୍ଡିରୁ ସିଦ୍ଧାନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀ ତାଲିକା । ୧୧୨ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ପୂର୍ବରୁ ସମସ୍ତ ଲୋକସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା ସରିଥିବା ବେଳେ ଆଜି ୧୧୨ ବିଧାନସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଚାନ୍ଦବାଲିରୁ ଲଢ଼ିବେ ମନମୋହନ ସାମଲ । କୋରେଇରୁ ଆକାଶ ଦାସନାୟକ । ଦିଗପହଣ୍ଡିରୁ ସିଦ୍ଧାନ୍ତ ମହାପାତ୍ର । ନିକଟରେ ବିଜେଡି ଛାଡ଼ି ବିଜେପିରେ ମିଶିଥିବା ବ୍ରହ୍ମପୁରର ପୂର୍ବତନ ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର ଲଢ଼ିବେ ବିଧାନସଭା ନିର୍ବାଚନ।

ତାଙ୍କୁ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ବିଧାନସଭା ଆସନରୁ ଟିକେଟ ଦେଇଛି ବିଜେପି। ଏଠାରେ ତାଙ୍କ ଲଢ଼େଇ ବିଜେଡି ପ୍ରାର୍ଥୀ ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପୁଅ ବିପ୍ଳବ ପାତ୍ରଙ୍କ ସହିତ ହେବ। ସେହିପରି ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ଅଭିନେତା ତଥା ପୂର୍ବତନ ବିଧାୟକ ଆକାଶ ଦାସ ନାୟକଙ୍କୁ ଦଳ ଟିକେଟ ଦେଇଛି। ସେ କୋରେଇରୁ ପ୍ରାର୍ଥୀ ହୋଇଛନ୍ତି। ୨୦୧୪ରେ ସେ ଏହି ଆସନରୁ ବିଜେଡି ଟିକେଟ୍‌ରେ ବିଜୟୀ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ