Masthead

ଆଜିଠାରୁ ରାଜ୍ୟର ୧୨ ଜିଲ୍ଲାରେ ହେବ ସେରୋ ସର୍ଭେ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଠାରୁ ରାଜ୍ୟର ୧୨ ଜିଲ୍ଲାରେ ଆରମ୍ଭ ହେବ ସେରୋ ସର୍ଭେ । ଏନେଇ ସୂଚନା ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦିପ୍ତ ମହାପାତ୍ର । ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କନ୍ଧମାଳ ଜିଲ୍ଲାରେ ଏହି ସର୍ଭେ କରାଯିବ । ପ୍ରତ୍ୟେକ ଜିଲ୍ଲାରୁ ଶହେଜଣ ସ୍ୱାସ୍ଥ୍ୟ କର୍ମୀଙ୍କ ଠାରୁ ନମୁନା ସଂଗ୍ରହ କରାଯିବ ।

ଏଥିସହିତ ୧୨ ଜିଲ୍ଲାରୁ ମୋଟ ୬୬୮୦ ନମୁନା ସଂଗ୍ରହ କରାଯିବ ବୋଲି ସ୍ୱସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି । ଏହି ସର୍ଭେ ଆସନ୍ତା ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ । ସର୍ଭେ ପାଇଁ ଆଇସିଏମଆର ପକ୍ଷରୁ ଟିମ କରାଯାଇଛି । ଏହି ଟିମକୁ ପ୍ରତ୍ୟେକ ଜିଲ୍ଲାରେ ଜଣେ ଜଣେ ନୋଡ଼ାଲ ଅଫିସର ସହଯୋଗ କରିବେ । ଏହି ସର୍ଭେ ଅଧିକ ପ୍ରଭବଶାଳି ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦିପ୍ତ ମହାପାତ୍ର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ