ଆଜିଠୁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାର ଲୋକଙ୍କର ହେବ ଶବସତ୍କାର

ପୁରୀ(ବଡ଼ ଖବର ବ୍ୟୁରୋ): ପ୍ରାୟ ୪ ମାସ ପରେ ଆଜିଠୁ ସ୍ୱର୍ଗଦ୍ୱାରରେ ପୁରୀ ଜିଲ୍ଲା ବାହାରର ଲୋକ ବି ନିଜ ଆତ୍ମୀୟଙ୍କ ଶବସତ୍କାର କରିପାରିବେ । ସରକାରଙ୍କ ନିୟମ ଅନୁଯାୟୀ, କେବଳ କୋଭିଡ ନେଗେଟିଭ ବ୍ୟକ୍ତିଙ୍କର ଶବ ସତ୍କାର କରାଯାଇପାରିବ । ଏଥିସହ ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ ଶବ ସତ୍କାର କରାଯିବ ନଚେତ ଅନୁମତି ପ୍ରତ୍ୟାହାର କରି ନିଆଯିବ ବୋଲି ଚେତାଇ ଦେଇଛନ୍ତି ଜିଲ୍ଲାପାଳ। ଏପ୍ରିଲ ୨୫ତାରିଖରୁ ଯେଉଁ କଟକଣା ସ୍ୱର୍ଗଦ୍ୱାରରେ ଲାଗୁ ହୋଇଥିଲା ସେହି କଟକଣା ଆଜିଠୁ କୋହଳ ହୋଇଛି । ପୁରୀ ଜିଲ୍ଲା ବାହାର ଶବସତ୍କାର ଉପରେ ଲାଗିଥିବା କଟକଣା ଉଠିଛି ।

ଏପ୍ରିଲ ୨୫ ତାରିଖରୁ କେବଳ ପୁରୀ ଜିଲ୍ଲା ଭିତରର ଶବ କୋଭିଡ କଟକଣା ଭିତରେ ଦାହ କରାଯାଉଥିଲା । ଏବେ କୋଭିଡ କଟକଣା ଏବଂ ଡାକ୍ତରଙ୍କ ସାର୍ଟିଫିକେଟ୍ ଆଧାରରେ ଶବ ସତ୍କାର ହେବ । ମାତ୍ର ୧୦ ଜଣ ସମ୍ପର୍କୀୟଙ୍କ ଉପସ୍ଥିତିରେ ଶବ ଦାହ କରାଯାଇପାରିବ। ଶନିବାର ଓ ରବିବାର ଶଟଡାଉନ୍ ସମୟରେ ମଧ୍ୟ ଶବଦାହ କରାଯାଇପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ