Masthead

ଜି-୨୦କୁ ନେଇ ଓଡ଼ିଶାରେ ଧନ୍ୟବାଦ ଲଢ଼େଇ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ରାଷ୍ଟ୍ରପତି ଭବନରେ ଆୟୋଜିତ ବିଶ୍ୱନେତାଙ୍କ ନୈଶ୍ୟ ଭୋଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅନୁପସ୍ଥିତିକୁ ନେଇ ରାଜ୍ୟରେ ଲାଗିରହିଛି ହଟଚମଟ । ବିରୋଧୀ ବିଜେପି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଥିବା ବେଳେ ଉତ୍ତର ରଖିଛି ବିଜେଡି । ଜି-୨୦ ନେତାମାନଙ୍କ ପାଇଁ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଥିଲା ନୈଶ୍ୟ ଭୋଜି । ଦେଶର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏଥରେ ଯୋଗଦେଇଥିଲେ । ମାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିକୁ ସହଜରେ ଗ୍ରହଣ କରିପାରିନି ବିଜେପି । ବିରୋଧୀ ଦଳ ନେତା ଜୟ ନାରାୟଣ କହିଛନ୍ତି ନବୀନ ବାବୁଙ୍କ ମନରେ ଇନଫିଅରିଟ କମ୍ପ୍ଲେକ୍ସ ଅଛି । ଏହି କାରଣରୁ ସେ ଯାଇ ନାହାନ୍ତି ।

ଜି-୨୦ ସମ୍ମିଳନୀରେ ଓଡ଼ିଶାର ଅସ୍ମିତାକୁ ଅଗ୍ରାଧିକାର ମିଳିବା ପରେ ବି ରାଜ୍ୟ ସରକାରଙ୍କ ପକ୍ଷରୁ ଧନ୍ୟବାଦ ନଦିଆଯିବାକୁ କଟାକ୍ଷ କରିଛନ୍ତି ଜୟ ନାରାୟଣବିରୋଧୀଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏକ ଭିଡିଓ ଅପଲୋଡ କରିଛନ୍ତି । ତେଣେ ସାଂସଦ ଅମର ପଟ୍ଟନାୟକ ମୁହଁ ଖୋଲିଛନ୍ତିି ।ଅମର ପଟ୍ଟନାୟକ କହିଛନ୍ତି ଜି-୨୦ ସମ୍ମିଳନୀରେ ଅନେକ ରାଜ୍ୟର କଳା, ସଂସ୍କୃତି ସ୍ଥାନ ପାଇଛି । ଓଡ଼ିଶା ମଧ୍ୟ ସେଥିରେ ଅଛି । ଏହା ଆମ ପାଇଁ ଗର୍ବର କଥା । ମାତ୍ର ଏହାକୁ ନେଇ ରାଜନୀତି କରିବା ଅନୁଚିତ ।ନୂଆଦିଲ୍ଲୀରେ ଆୟୋଜିତ ଜି-୨୦ ସମ୍ମିଳନୀରେ ଓଡ଼ିଶାର କଳା, ସ୍ଥାପତ୍ୟ ସ୍ଥାନ ପାଇଥିଲେ ମଧ୍ୟ ଭଉଣୀ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତ୍ରଣକୁ ଭାଇ ନବୀନ ଗ୍ରହଣ କରିଥିଲେ ମଧ୍ୟ ଅନୁପସ୍ଥିତ ରହିବାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ