Masthead

ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆସିଲା ବିଜ୍ଞପ୍ତି, ଜାଣନ୍ତୁ କେଉଁଠି କେଉଁ ସମୟରେ ହେବ ଭୋଟ୍ ଗ୍ରହଣ ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଆସନ୍ତା ମେ ୧୩ରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ଭୋଟ୍ ଗ୍ରହଣ । ଏଥିପାଇଁ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ କେଉଁଠି କେଉଁ ସମୟରେ ଭୋଟ୍ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଂଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ ।

ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ । କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ ।ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା ଓ କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ। କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼