ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆସିଲା ବିଜ୍ଞପ୍ତି, ଜାଣନ୍ତୁ କେଉଁଠି କେଉଁ ସମୟରେ ହେବ ଭୋଟ୍ ଗ୍ରହଣ ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଆସନ୍ତା ମେ ୧୩ରେ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ଭୋଟ୍ ଗ୍ରହଣ । ଏଥିପାଇଁ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ କେଉଁଠି କେଉଁ ସମୟରେ ଭୋଟ୍ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପଡ଼ା, ଖଡ଼ିଆଳ, ଲାଂଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ ।

ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ । କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ ।ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା ଓ କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ। କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ