Masthead

‘ସନାତନ ବିରୋଧୀ ସ୍ଳୋଗାନ ଦେଇପାରିବିନି’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କଂଗ୍ରେସକୁ ପୁଣି ଏକ ଝଟକା । ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦଳର ଉସ୍ତଫା ଦେଇଛନ୍ତି ରାଷ୍ଟ୍ରୀୟ ମୁଖପାତ୍ର ଗୌରବ ବଲ୍ଲଭ। ସେ ଆଜି ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି । ଇସ୍ତଫା ଦେବାପରେ ସେ ସୋସିଆଲ ମିଡିଆରେ ଲେଖିଛନ୍ତି, “କଂଗ୍ରେସ ଆଜି ଯେଉଁ ଦିଗରେ ଗତି କରୁଛି, ସେଥିପାଇଁ ମୁଁ ଆସ୍ୱସ୍ଥି ଅନୁଭବ କରୁନାହିଁ।

https://x.com/GouravVallabh/status/1775717697399189704?s=20

ମୁଁ ସନାତନ ବିରୋଧୀ ସ୍ଲୋଗାନ ଉଠାଇ ପାରିବି ନାହିଁ କି ସକାଳ-ସଞ୍ଜ ଦେଶର ଉନ୍ନତ ସାଧନ କରୁଥିବା ବ୍ୟକ୍ତିଙ୍କୁ ଦୁର୍ବ୍ୟବହାର କରିପାରିବି ନାହିଁ। ମୁଁ କଂଗ୍ରେସ ଦଳର ସମସ୍ତ ପଦବୀ ଏବଂ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛି।” ମଲ୍ଲିକାର୍ଜୁନ ଖଡଗେଙ୍କ କ୍ୟାମ୍ପେନର ଏକ ପ୍ରଭାବଶାଳୀ ସ୍ୱର ଥିଲେ ଗୌରବ ବଲ୍ଲଭ।

ସେ ୨୦୨୩ରେ ରାଜସ୍ଥାନ ବିଧାନସଭା ନିର୍ବାଚନରେ ଉଦୟପୁର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ୨୦୧୯ରେ ଝାଡଖଣ୍ଡର ଜାମସେଦପୁର ଇଷ୍ଟରୁ ନିର୍ବାଚନୀ ଡେବ୍ୟୁ କହିଥିଲେ ବଲ୍ଲଭ। ଏହି ଆସନରୁ ସେ ୧୮,୦୦୦ରୁ ଅଧିକ ଭୋଟ୍ ପାଇ ତୃତୀୟ ସ୍ଥାନରେ ରହିଥିଲେ। ହେଲେ ଲୋକସଭା ନିର୍ବାଚନକୁ ଆଉ ମାତ୍ର କିଛି ଦିନ ଥିବାବେଳେ ସେ ଦଳରୁ ଇସ୍ତଫା ଦେଇଛନ୍ତି। ତେବେ ଇସ୍ତଫା ପରେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ