Masthead

‘ସନାତନ ବିରୋଧୀ ସ୍ଳୋଗାନ ଦେଇପାରିବିନି’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କଂଗ୍ରେସକୁ ପୁଣି ଏକ ଝଟକା । ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦଳର ଉସ୍ତଫା ଦେଇଛନ୍ତି ରାଷ୍ଟ୍ରୀୟ ମୁଖପାତ୍ର ଗୌରବ ବଲ୍ଲଭ। ସେ ଆଜି ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି । ଇସ୍ତଫା ଦେବାପରେ ସେ ସୋସିଆଲ ମିଡିଆରେ ଲେଖିଛନ୍ତି, “କଂଗ୍ରେସ ଆଜି ଯେଉଁ ଦିଗରେ ଗତି କରୁଛି, ସେଥିପାଇଁ ମୁଁ ଆସ୍ୱସ୍ଥି ଅନୁଭବ କରୁନାହିଁ।

https://x.com/GouravVallabh/status/1775717697399189704?s=20

ମୁଁ ସନାତନ ବିରୋଧୀ ସ୍ଲୋଗାନ ଉଠାଇ ପାରିବି ନାହିଁ କି ସକାଳ-ସଞ୍ଜ ଦେଶର ଉନ୍ନତ ସାଧନ କରୁଥିବା ବ୍ୟକ୍ତିଙ୍କୁ ଦୁର୍ବ୍ୟବହାର କରିପାରିବି ନାହିଁ। ମୁଁ କଂଗ୍ରେସ ଦଳର ସମସ୍ତ ପଦବୀ ଏବଂ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛି।” ମଲ୍ଲିକାର୍ଜୁନ ଖଡଗେଙ୍କ କ୍ୟାମ୍ପେନର ଏକ ପ୍ରଭାବଶାଳୀ ସ୍ୱର ଥିଲେ ଗୌରବ ବଲ୍ଲଭ।

ସେ ୨୦୨୩ରେ ରାଜସ୍ଥାନ ବିଧାନସଭା ନିର୍ବାଚନରେ ଉଦୟପୁର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ୨୦୧୯ରେ ଝାଡଖଣ୍ଡର ଜାମସେଦପୁର ଇଷ୍ଟରୁ ନିର୍ବାଚନୀ ଡେବ୍ୟୁ କହିଥିଲେ ବଲ୍ଲଭ। ଏହି ଆସନରୁ ସେ ୧୮,୦୦୦ରୁ ଅଧିକ ଭୋଟ୍ ପାଇ ତୃତୀୟ ସ୍ଥାନରେ ରହିଥିଲେ। ହେଲେ ଲୋକସଭା ନିର୍ବାଚନକୁ ଆଉ ମାତ୍ର କିଛି ଦିନ ଥିବାବେଳେ ସେ ଦଳରୁ ଇସ୍ତଫା ଦେଇଛନ୍ତି। ତେବେ ଇସ୍ତଫା ପରେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ