Masthead

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ

ପୁରୀ(ବଡ଼ ଖବର ବ୍ୟୁରୋ) ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ । ମହାପ୍ରଭୁ ଗରୁଡ ଉପରେ ବସି ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଏପଟେ ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ତେବେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ।

ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ। ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ। ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ