Masthead

ଆଜି ପୂଜା ପାଇବେ ଗଜାନନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭାଦ୍ରବ ଶୁକ୍ଳ ଚତୁର୍ଥୀ, ଆଜି ହେଉଛି ଗଣେଶ ଚତୁର୍ଥୀ। ଗଜାନନଙ୍କ ପୂଜା ପାଇଁ ଗାଁଠୁ ସହର ସବୁଠି ଉତ୍ସାହ ଉଦ୍ଦିପନା। ଶିକ୍ଷାନୁଷ୍ଠାନ, ବିଭିନ୍ନ ବ୍ୟବସାୟିକ ଅନୁଷ୍ଠାନ, ଏପରିକି ସାହି ଗଳିରେ ଆଜି ପୂଜା ପାଇବେ ଗଜାନନ । ଚଳିତବର୍ଷ ୧୩ ଦିନ ଧରି ଚାଲିବ ଗଣେଶ ପୂଜା। ତେବେ ରାଜଧାନୀ ଭୁବନେଶ୍ବର, କଟକ, ରାଉରକେଲାରେ ବି ସୁନ୍ଦର ଆଲୋକମାଳା ସାଙ୍ଗକୁ ଚିତାକର୍ଷକ ସାଜସଜ୍ଜା ଓ ବିଶାଳ ମୂର୍ତ୍ତି କରାଯାଇଛି। ସେପଟେ ମହାରାଷ୍ଟ୍ରରେ ଗଣପର୍ବ ଭାବେ ଗଣପତି ବାବାଙ୍କ ପର୍ବ ବଡ ଧୁମଧାମରେ ପାଳିତ ହେଉଛି। ଆଜି ଶ୍ରୀମନ୍ଦିର ବଟ ଗଣେଶଙ୍କ ମନ୍ଦିରରେ ବିନାୟକ ଚତୁର୍ଥୀ ମହାବ୍ରତ ପାଳନ କରାଯିବ । ଆଜି ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ଯାତ୍ରା ପଡିଆ ନୀତି ମଧ୍ୟ ପାଳିତ ହୋଇଥାଏ।

ସନ୍ଧ୍ୟା ଧୂପ ସରିବା ପରେ ବଟ ଗଣେଶ, ନୃତ୍ୟ ଗଣପତି, ଭଣ୍ଡ ଗଣେଶଙ୍କ ମନ୍ଦିରରେ ଶୀତଳ ଭୋଗ ଓ ବନ୍ଦାପନା ନୀତି ଅନୁଷ୍ଠିତ ହୋଇଥାଏ। ମୁଳିଆ ସୁଆଁସିଆ ଦେଇଥିବା ଭଦ୍ରାସନ ଉପରେ ବେହେରଣ କରଣମାନଙ୍କ ମାଦଳାପାଞ୍ଜି ରଖାଯାଇ ତହିଁ ଉପରେ ପତନୀ ଓ ପୁଷ୍ପମାଲ୍ୟ ଲାଗି ପୂର୍ବକ ଶୀତଳ ଭୋଗ ଓ ବନ୍ଦାପନା ସରିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ୨୨ଟି ନଡ଼ିଆ ଭଙ୍ଗାଯାଇଥାଏ। ବଟ ଗଣେଶଙ୍କ ମନ୍ଦିରରେ ସ୍ଥାନୀୟ ଛାତ୍ରଛାତ୍ରୀ ଓ ଜନସାଧାରଣ ବହୁ ସଂଖ୍ୟାରେ ସମବେତ ହୋଇଥାନ୍ତି। ଶ୍ରୀଗଣେଶଙ୍କ ପୂଜା ନିମିତ୍ତ ଧୂପ, ଦୀପ, ଭୋଗ ଦ୍ରବ୍ୟ ଧରି ପୂଜାର୍ଚ୍ଚନା କରିଥାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ