Masthead

ଆଜି ଗଣେଶ ପୂଜା; ଧରାପୃଷ୍ଠରେ ଅବତରଣ କରିଛନ୍ତି ବିଘ୍ନରାଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଗଣେଶ ଚତୁର୍ଥୀ । ଶ୍ରୀଗଣେଶ, ବିନାୟକ, ବିଘ୍ନରାଜ, ଗଜାନନ, ଲମ୍ବୋଦର, ଗଣପତି ବିଦ୍ୟା ବୁଦ୍ଧିଦାତା ଅଗ୍ରପୂଜ୍ୟଙ୍କ ପୂଜା । ଗାଁଠୁ ସହରର ସବୁଠି ହୋଇଉଠିଛି ଚଳଚଞ୍ଚଳ । ପୂଜା ପାଇଁ ଚଳଚଞ୍ଚଳ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନଫ । ଆଜି ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ଗଣନାଥଙ୍କ ପୂଜା ହୋଇଛି । “ଓମ୍ ନମଃ ଗଣେଶ ବିଘ୍ନେଶ ଗିରିଜାନନ୍ଦନଂ ପ୍ରଭୁ, ମମ ବିଘ୍ନ ନିହତ୍ୟାଷୁ ସର୍ବକାର୍ୟ୍ୟେଷୁ ସର୍ବଦା…” ମନ୍ତ୍ର ଧ୍ବନିରେ ଗୁଞ୍ଜରିତ ହେଉଛି ଗାଁଠୁ ସହର । ସୁଉଚ୍ଚ ତୋରଣ ସାଙ୍ଗକୁ ଆଖି ଝଲସା ମେଢ଼ ସାଜସଜ୍ଜା ହୋଇଛି । ହୋମଯଜ୍ଞରେ ପ୍ରକମ୍ପିତ ହେଉଛି ପରିବେଶ । କେଉଁଠି ସପ୍ତାହେ ତ କେଉଁଠି ମାସେ ଧରି ଚାଲିବ ଗଣପତିଙ୍କ ପୂଜା ।

ହିନ୍ଦୁ ଧର୍ମରେ କୌଣସି ବି ଶୁଭ କାର୍ୟ୍ୟ ହେଉ ନା କାହିଁକି ତା ପୂର୍ବରୁ ଅଗ୍ରପୂଜ୍ୟ ଗଣନାଥଙ୍କୁ ପୂଜା କରାଯାଏ । ଗଣେଶଙ୍କ ଧ୍ୟାନ, ଜପ ଓ ଆରଧନା ଦ୍ବାରା ସମସ୍ତ କାର୍ୟ୍ୟ ନିର୍ବିଘ୍ନରେ ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ବାସ ରହିଛି । ସେଇଥି ପାଇଁ ତ ସେ ବିଘ୍ନବିନାଶକ ଆଉ ବିଘ୍ନହର୍ତ୍ତା । ବିବାହ ହେଉ କି ବ୍ରତ ଘର କି ଘର ପ୍ରତିଷ୍ଠା ସବୁଥିରେ ତାଙ୍କୁ ପୂଜା କରାଯାଏ । ବିଶେଷ କରି ଶିକ୍ଷାନୁଷ୍ଠାନମାନଙ୍କରେ ଶ୍ରୀଗଣେଶଙ୍କ ପୂଜାର୍ଚ୍ଚନା ମହାଆଡ଼ମ୍ବରରେ ଆୟୋଜିତ ହୋଇଛି । ଗଣେଶଙ୍କୁ ମୁଖ୍ୟତଃ ରାଶିଲଡ଼ୁ, ମୋଦକ, କଦଳୀ ଆଦି ଭୋଗ ଲାଗି ହୋଇଥାଏ । ରାଜ୍ୟ ସମେତ ଦେଶର କୋଣ ଅନୁକୋଣରେ ଗଣେଶ ପୂଜାର ଉତ୍ସବ ଦେଖିବାକୁ ମିଳିଛି । ମହାରାଷ୍ଟ୍ରରେ ଏହା ଏକ ଗଣପର୍ବ ହୋଇଥିବାବେଳେ ଓଡିଶାର ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଗଣେଶ ପୂଜା ପ୍ରସିଦ୍ଧ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ