ଆଜି ବିରାଜିବେ ବିଘ୍ନ ବିନାଶକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିରାଜିବେ ବିଘ୍ନରାଜ । ଅଗ୍ରପୂଜ୍ୟଙ୍କ ଆରାଧନା ସହ ଆସିଛି ପାର୍ବଣ। ଗଣେଶ ପୂଜା ପାଇଁ ସାରା ରାଜ୍ୟ ଚଳଚଞ୍ଚଳ ହୋଇଛି । ସକାଳୁ ସକାଳୁ ବିଭିନ୍ନ ପୂଜା କମିଟି, ଶିକ୍ଷାନୁଷ୍ଠାନ, ଶିଳ୍ପ ଅନୁଷ୍ଠାନ, ସହର ବଜାର ସବୁ କିଛି ଚଳଚଞ୍ଚଳ ହୋଇଛି । ଗାଁଠୁ ସହର ସବୁଆଡ଼େ ଉତ୍ସବମୁଖର ପରିବେଶ । ପୂଜା କମିଟି ଗୁଡ଼ିକ ବିଭିନ୍ନ ପ୍ରକାର ଡିଜାଇନରେ ଗଜାନନଙ୍କ ମୂର୍ତ୍ତି କରିଛନ୍ତି । ଗଣେଶ ପୂଜା ପାଇଁ ପ୍ରସିଦ୍ଧି ଲାଭ କରିଛି ଖୋର୍ଦ୍ଧା ଜିଲ୍ଲା ଜଟଣି । ଜଟଣିରେ ବେଶ୍ ଜାକଜକମର ସହିତ ହୋଇଥାଏ ଗଣେଶ ପୂଜା । ଏଥର ବି ଜଟଣିର ବିଭିନ୍ନ ପୂଜା କମିଟି ପକ୍ଷରୁ ଆକର୍ଷଣୀୟ ମୂର୍ତ୍ତି କରାଯାଇଛି । ସାଜସଜ୍ଜା ବି ଆଖି ଝଲସିଲା ଭଳି ।

ସେହିପରି ଆଜିର ଦିନରେ ନୂଆ କରି ପଢା ଆରମ୍ଭ କରୁଥିବା ପିଲାମାନେ ଖଡ଼ି ଛୁଇଁଥାନ୍ତି । କେଉଁଠି ଗଣେଶଙ୍କ ବିଶାଳ ମୂର୍ତ୍ତି ,ତ ଆଉ କେଉଁଠି ବିରାଟ ପେଣ୍ଡାଲ, ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ପୂଜା ମଣ୍ଡପ । ରାଜ୍ୟର ପୁରପଲ୍ଲୀରେ ଏହି ପୂଜା ପରମ୍ପରା ଓ ବିଧିବିଧାନ ଅନୁସାରେ ପାଳିତ ହୋଇଥାଏ । ରାଜଧାନୀରେ ମଧ୍ୟ ଗଣେଶ ପୂଜା ଧୁମଧାମରେ ପାଳନ ହେଉଛି । ବଡ଼ଗଡ, ନୟାପଲ୍ଲୀ ଭଳି ବିଭିନ୍ନ ସ୍ଥାନରେ ଧୁମଧାମରେ ପୂଜା ହେଉଛି। ସେହିପରି ଓଡିଶା ପ୍ରସିଦ୍ଧ ଜଟଣୀରେ ମଧ୍ୟ ଏଥର ଧୁମଧାମରେ ପାଳନ ହେଉଛି ଗଣେଶ ପୂଜା । ଗଣେଶ ପୂଜା ପାଇଁ ଖୋର୍ଦ୍ଧା ଜିଲ୍ଲା ଜଟଣୀର ରହିଛି ଏକ ସ୍ବତନ୍ତ୍ର ପରିଚିତି। ବିଶାଳ ତୋରଣ, ବିରାଟ ମଣ୍ଡପରେ ଶୋଭା ପାଇଥାନ୍ତି ବିଘ୍ନେଶ୍ବରଙ୍କ ମୂର୍ତ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ