Masthead

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା । ହଜାର ହଜାର ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ମିଶିଲେ କଂଗ୍ରେସର ପୂର୍ବତନ ବରିଷ୍ଠ ନେତା ଗଣେଶ୍ବର ବେହେରା । ଦୀର୍ଘ ବର୍ଷ ଧରି କଂଗ୍ରେସ ପାଇଁ ସକ୍ରିୟ ଭାବେ କାର୍ଯ୍ୟଭାର ତୁଲାଇଥିଲେ । କଂଗ୍ରେସରୁ ସେ ବିଧାୟକ ଓ ମନ୍ତ୍ରୀ ମଧ୍ୟ ଥିଲେ । କିନ୍ତୁ କିଛି ଦିନ ହେବ ଦଳରେ ତାଙ୍କୁ ଅଣଦେଖା କରାଯିବା ସହ ଟିକେଟ ନମିଳିବାରୁ ସେ ଦଳ ଛାଡିଥିବା କହିଥିଲେ ।

ବିଜେଡିରେ ମିଶିବା ପୂର୍ବରୁ ଗଣେଶ୍ୱର ରାଜଧାନୀରେ ନିଜ ଶକ୍ତି ପ୍ରଦର୍ଶନ କରାଇଥିଲେ । ଗଣେଶ୍ୱରଙ୍କ ସହ ଏକାଧିକ ନେତା ଓ କର୍ମୀ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଛନ୍ତି ।ଅନ୍ୟପଟେ ତାଙ୍କର ବିଜେଡିରେ ସାମିଲ ହେବା ଓ ବିଜେଡିରୁ ଟିକେଟ୍ ମିଳିବାକୁ ନେଇ କେନ୍ଦ୍ରାପଡାରେ ଲାଗିରହିଛି ଅସନ୍ତୋଷ । ଗଣେଶ୍ୱର ବେହେରା ବିଜେଡିରେ ମିଶିବେ ବୋଲି ଚର୍ଚ୍ଚା ନେଇ କେନ୍ଦ୍ରାପଡ଼ାର ବିଜୁ ଜନତା ଦଳର ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ